ନିମନ୍ତ୍ରଣ ମିଳିଥିଲେ ବି ଏହି କାରଣରୁ ପ୍ରାଣ ପ୍ରତିଷ୍ଠାକୁ ଯିବେନି ସୁପରଷ୍ଟାର ଜୁନିୟର ଏନଟିଆର – Kalinga News

[ad_1]
ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଉପରେ ସମଗ୍ର ଦେଶବାସୀଙ୍କ ନଜର ରହିଛି। ଲୋକମାନେ ବିଶାଳ ଉଦଘାଟନକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ରାଜ୍ୟରୁ ରାମଲାଲାଙ୍କ ପାଇଁ ବିଭିନ୍ନ ପ୍ରକାରର ଉପହାର ଆସୁଛି। ଜାନୁଆରି ୨୨ରେ ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ସମଗ୍ର ଦେଶବାସୀ ରାମ ମନ୍ଦିରର ଉଦଘାଟନୀ ଉତ୍ସବକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।

Sambad is now on WhatsApp
Join and get latest news updates delivered to you via WhatsApp
ଏହି ବଡ଼ ଉତ୍ସବ ପାଇଁ ଅନେକ ଭିଭିଆଇପିଙ୍କୁ ନିମନ୍ତ୍ରଣ କରାଯାଇଥିବା ବେଳେ ସାଉଥ ସୁପରଷ୍ଟାର ଜୁନିୟର ଏନଟିଆରଙ୍କୁ ମଧ୍ୟ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ କରାଯାଇଥିଲା। ହେଲେ ନିମନ୍ତ୍ରଣ ପାଇ ବି ଜୁନିୟର ଏନଟିଆର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ଯିବେ ନାହିଁ ବୋଲି ଜଣାପଡ଼ିଛି।
କୁହାଯାଉଛି ଯେ, ଜୁନିଅର ଏନଟିଆର ତାଙ୍କର ଆଗାମୀ ଚଳଚ୍ଚିତ୍ର ଦେବରା ପାଇଁ ଏବେ ଚର୍ଚ୍ଚାରେ ଅଛନ୍ତି। କୋରତଲ୍ଲା ଶିବାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ର ଚଳିତ ବର୍ଷ ଏପ୍ରିଲ ୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଗଲ୍ଟରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, କାମ ଅଧିକ ଥିବାରୁ ଜୁନିଅର ଏନଟିଆର ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହରେ ଅଂଶଗ୍ରହଣ କରିପାରିବେ ନାହିଁ।ତେବେ ଏହି ଖବର ଉପରେ ଏପର୍ଯ୍ୟନ୍ତ ଜୁନିଅର ଏନଟିଆରଙ୍କ କୌଣସି ପ୍ରତିକ୍ରିୟା ଆସିନାହିଁ।
[ad_2]