କଟକର ବାରବାଟୀରେ ହେବ ଆଇପିଏଲ ମ୍ୟାଚ୍ ! – Kalinga News

[ad_1]
ଭୁବନେଶ୍ବର : ନୂଆ ଷ୍ଟାଡିୟମ ନିର୍ମାଣକୁ ନେଇ କଟକର ବାରବାଟୀ ଷ୍ଟାଡିୟମ ଗତକାଲି (ବୁଧବାର) ଚର୍ଚ୍ଚାରେ ଥିବାବେଳେ ଆଜି ପୁଣି ଥରେ ଚର୍ଚ୍ଚାକୁ ଚାଲିଆସିଛି । ବାରବାଟୀରେ ଏବର୍ଷ ଆଇପିଏଲ ମ୍ୟାଚ ହେବାର ସମ୍ଭାବନା ରହିଛି । ଦିଲ୍ଲୀ କ୍ୟାପିଟାଲ୍ସ ବାରବାଟୀ ଷ୍ଟାଡିୟମରେ କେତୋଟି ମ୍ୟାଚ ଖେଳିପାରେ ବୋଲି ଗଣମାଧ୍ୟମ ସୁତ୍ରରୁ ସୂଚନା ମିଳିଛି ।

Sambad is now on WhatsApp
Join and get latest news updates delivered to you via WhatsApp
ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମ ପ୍ରସ୍ତୁତ ନଥିବାରୁ ଦିଲ୍ଲୀର ପ୍ରଥମ କେତୋଟି ମ୍ୟାଚ କଟକରେ କରିବାକୁ ଆୟୋଜକମାନେ ଚିନ୍ତା କରୁଛନ୍ତି । ଅରୁଣ ଜେଟଲି ଷ୍ଟାଡିୟମରେ ମହିଳା ଆଇପିଏଲ ଫାଇନାଲର ଅଳ୍ପ କିଛି ଦିନ ପରେ ପୁରୁଷ ଆଇପିଏଲ ମ୍ୟାଚ ପଡ଼ୁଥିବାରୁ ସେଥିପାଇଁ ଏହି ଷ୍ଟାଡିୟମ ପ୍ରସ୍ତୁତ ହୋଇନଥିବ । ଏଥିପାଇଁ ବାରବାଟୀକୁ ବିକଳ୍ପ ଭେନ୍ୟୁ ଭାବେ ବିଚାର କରାଯାଉଛି । ତେବେ ଏ ନେଇ ଓଡ଼ିଶା କ୍ରିକେଟ ଆସୋସିଏସନ ପକ୍ଷରୁ କୌଣସି ସୂଚନା ମିଳିପାରିନାହିଁ ।
ତେବେ ବାରବାଟୀରେ ଆଇପିଏଲ ମ୍ୟାଚ ଆୟୋଜନ ହେବା ନୂଆ କଥା ନୁହେଁ । ପୂର୍ବରୁ ଏହି ଷ୍ଟାଡିୟମରେ ବେଶ କେତୋଟି ଆଇପିଏଲ ମ୍ୟାଚ ଆୟୋଜନ ହୋଇସାରିଛି । ୨୦୧୧ରେ ଡେକାନ ଚାର୍ଜର୍ସ ଓ ୨୦୧୪ରେ କିଙ୍ଗସ-୧୧ ପଂଜାବର ଏହା ହୋମ ଗ୍ରାଉଣ୍ଡ ଥିଲା ।
[ad_2]