ରାଜନୀତି

‘ସାଧାରଣ ନିର୍ବାଚନରେ ବିଜେଡି ଟିକେଟ ପାଇଁ ୧୦ ହଜାରରୁ ଊର୍ଦ୍ଧ୍ବ ଆବେଦନ ଦଳ ପାଖରେ ପ୍ରାପ୍ତ ହୋଇଛି’ – Kalinga News

[ad_1]

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ କିଛି ସପ୍ତାହ ମଧ୍ୟରେ ତାରିଖ ଘୋଷଣା ହେବ। ଭାରତୀୟ ନିର୍ବାଚନ କମିସନ ଲୋକସଭା ନିର୍ବାଚନ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଏବେ ଠାରୁ ନାନା କଳ୍ପନାଜଳ୍ପନା କରୁଛନ୍ତି। ଏଥି ସହିତ ଦଳଡିଆଁ ପର୍ବ ମଧ୍ୟ ଆରମ୍ଭ ହୋଇସାରିଛି। ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ବିଜେପି ଓ କଂଗ୍ରେସ ସମାବେଶ ହେଉଛି। ଏହାରି ମଧ୍ୟରେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି,  ୨୦୨୪ ସାଧାରଣ ନିର୍ବାଚନରେ ଦଳୀୟ ଟିକେଟ ପାଇଁ ୧୦ ହଜାରରୁ ଅଧିକ ଆବେଦନ ଦଳ ପାଖରେ ପ୍ରାପ୍ତ ହୋଇଛି।

ସାମାଜିକ ଗଣମାଧ୍ୟମରେ ‘ଏକ୍ସ’ କରି ଶ୍ରୀ ଦାସ କହିଛନ୍ତି ଯେ, ବିଗତ କିଛି ବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ୧ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୈାରବ ପ୍ରଦାନ କରିଛି। ସେହିଭଳି ୨୦୨୨ ପଂଚାୟତ ନିର୍ବାଚନରେ ୫୨ ପ୍ରତିଶତରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ରୁ ୩୦ ଜିଲ୍ଲା ପରିଷଦରେ ଜିତାଇ, ବିଜୁ ଜନତା ଦଳ ଯେ ଓଡ଼ିଶାର ୧ ନମ୍ବର ରାଜନୈତିକ ଦଳ, ଓଡ଼ିଶାବାସୀ ତାହା ପ୍ରମାଣିତ କରିଛନ୍ତି। ଶ୍ରୀ ଦାସ କହିଛନ୍ତି ଯେ, ଏହି ଦୁଇଟି ନିରାଟ ସତ୍ୟ, ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ବିଜୁ ଜନତା ଦଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଭଲପାଇବାକୁ ପ୍ରତିପାଦିତ କରୁଛି। ଅତ୍ୟନ୍ତ ଖୁସିର କଥା ଯେ, ବହୁ ସଂଖ୍ୟକ ପେଶାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳମାନଙ୍କର ନେତାମାନେ ମଧ୍ୟ ବିଜେଡି ଟିକେଟ ପାଇଁ ଆବେଦନ କରୁଛନ୍ତି। ଆମର ଦୃଢ଼ ବିଶ୍ୱାସ ଏହି ନିର୍ବାଚନରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶୀର୍ବାଦ ବଳରେ ବିଜୁ ଜନତା ଦଳ ଏକ ଐତିହାସିକ ବିଜୟ ଆଡକୁ ଗତି କରୁଛି। ଏହି ବିପୁଳ ସଂଖ୍ୟକ ଆବେଦନ ଦର୍ଶାଉଛି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ି ବଢ଼ି ଚାଲିଛି। ନବୀନ ବାବୁଙ୍କୁ ଲାଗାତାର ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବା ପାଇଁ ଓଡ଼ିଶାବାସୀ ମନ ସ୍ଥିର କରିସାରିଛନ୍ତି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button