ରାଜ୍ୟ

ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

ବୁଧବାର ଆଇଏଏସ୍ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୁରୀ ଜିଲ୍ଲାପାଳ ଥିବା ବିଜୟ କୁମାର ଦାସଙ୍କୁ କଟକ ମହାନଗର ନିଗମ(ସିଏମସି)ର କମିଶନର ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି।

ଏଥି ସହିତ ସେ କଟକ ଉନ୍ନୟନ ପରିଷଦ(ସିଡିଏ)ର ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।ସେହିପରି ମୟୂରଭଞ୍ଜ ଜିଲ୍ଲାପାଳ ଥିବା ଆଶିଷ ଠାକରେଙ୍କୁ ବାଲେଶ୍ବର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି।

ବାଲେଶ୍ବର ଜିଲ୍ଲାପାଳ ଥିବା ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେହିପରି CMC କମିଶନର ଥିବା ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ପୁରୀ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button