ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀରୁ ଡକରା: କେନ୍ଦ୍ରୀୟ ନେତୃତ୍ୱ କରିବେ ବୈଠକ – Kalinga News

[ad_1]
ଭୁବନେଶ୍ବର: ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀରୁ ଡକରା ଆସିବା ପରେ ସେମାନେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ରାଜ୍ୟ ନେତୃତ୍ୱଙ୍କ ସହ କେନ୍ଦ୍ରୀୟ ନେତୃତ୍ୱ କରିବେ ଆଲୋଚନା। ଓଡ଼ିଶାରେ କେମିତି ଲଢେଇ ହେବ ସେନେଇ ରାଜ୍ୟ ନେତୃତ୍ୱଙ୍କ ସହ ଆଲୋଚନା ହେବ। ବିଜେପି ସଭାପତି ମନମୋହନ ସାମଲ, ସଙ୍ଗଠନ ସମ୍ପାଦକ, କୋର କମିଟି ସଦସ୍ୟଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ପ୍ରାର୍ଥୀ ତାଲିକା ଘୋଷଣା ପୂର୍ବରୁ ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱଙ୍କ ସହ ନିର୍ବାଚନ ରଣନୀତି ବାବଦରେ ଆଲୋଚନା କରିବେ ଦଳର ଶୀର୍ଷ ନେତୃତ୍ୱ। ଏଥିପାଇଁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ବିଜେପି ନେତା। ସନ୍ଧ୍ୟା ୫ଟାରେ କେନ୍ଦ୍ରୀୟ ନେତୃତ୍ୱ ରାଜ୍ୟ ନେତୃତ୍ୱଙ୍କ ସହ ବୈଠକ କରିବେ।
Sambad is now on WhatsApp
Join and get latest news updates delivered to you via WhatsApp
୨୦୨୪ ନିର୍ବାଚନ ବିଜେପି ଏକାକୀ ଲଢିବ ବୋଲି ସଭାପତି ମନମୋହନ ସାମଲ ପୂର୍ବରୁ ସ୍ପଷ୍ଟ କରିଛନ୍ତି। ବିଜେଡି ସହ କୌଣସି ମେଣ୍ଟ ହେବନି ବୋଲି ମନମୋହନ କହିଛନ୍ତି। ଅନ୍ୟପଟେ କେନ୍ଦ୍ରୀୟ ନେତୃତ୍ୱ ଓଡ଼ିଶା ଆସୁଥିଲେ ମଧ୍ୟ ବିଜେଡି ପ୍ରତି ନରମ ଆଭିମୁଖ୍ୟ ଦଳୀୟ କର୍ମୀଙ୍କୁ ଶଙ୍କାରେ ପକାଉଛି। ତେଣୁ ଦିଲ୍ଲୀ ହେବାକୁ ଥିବା ବୈଠକରେ କଣ ଆଲୋଚନା ହେବ ତାହା ଉପରେ ସମସ୍ତଙ୍କର ନଜର ରହିଛି।
[ad_2]




