ଖେଳ ଖବର

ଜୟପୁର ସହ ବିଭିନ୍ନ ଜିଲ୍ଲାରେ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ – Kalinga News

[ad_1]

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧ ଏକର ପରିମିତ ଏହି ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ପ୍ରାକୃତିକ ଫୁଟବଲ ପଡ଼ିଆ ଓ ସିନ୍ଥେଟିକ୍ ଆଥଲେଟିକ୍ ଟ୍ରାକ୍ ରହିଛି। ୫୦୦ ଦର୍ଶକ ବସିବାର କ୍ଷମତା ରହିଛି । ଏଠାରେ ଅନ୍ତର୍ଜାତୀୟ ମାନର ଉପକରଣ ସହିତ ଏକ ଜିମ୍ନାଷ୍ଟିକ୍ ସେଣ୍ଟର, ଅଲିମ୍ପିକ୍ ଆକାରର ସୁଇମିଂ ପୁଲ୍, ଦୁଇଟି ସିନ୍ଥେଟିକ୍ ଟେନିସ୍ କୋର୍ଟ ଏବଂ ଗୋଟିଏ ବାସ୍କେଟବଲ୍ କୋର୍ଟ ରହିଛି। ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଏବଂ କ୍ରୀଡ଼ା ପରିବେଶ ସୃଷ୍ଟି ଦିଗରେ ଓଡ଼ିଶା ନିଜର ପ୍ରୟାସକୁ ଅଧିକ ସୁଦୃଢ଼ କରିବା ସହିତ ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରାଯାଇଛି। ଯେଉଁଥିରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଯୋଗ, ଚେସ୍, ଭାରୋତ୍ତୋଳନ ଓ ଜିମ୍ ଆଦି କ୍ରୀଡ଼ା ପାଇଁ ସୁବିଧା ରହିଛି।

ଏହି ପ୍ରକଳ୍ପ ଗୁଡିକର ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଯୁବ ପ୍ରତିଭାମାନଙ୍କୁ କ୍ରୀଡା କ୍ଷେତ୍ରରେ ଉତ୍ସାହିତ କରିବ। ଦକ୍ଷିଣ ଓଡିଶାରେ କ୍ରୀଡାର ବିକାଶ ପାଇଁ ଏହି କମ୍ପ୍ଲେକ୍ସ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଏକ ଦକ୍ଷ ଯୁବ ସମାଜ ଗଠନ ପାଇଁ ଆମେ କ୍ରୀଡା ଉପରେ ଅଧିକ ଗୁରୁତ୍ୱ ଦେଉଛୁ। ଏହା ଦ୍ୱାରା ଓଡିଶା ଆଜି ସାରା ବିଶ୍ୱରେ କ୍ରୀଡା କ୍ଷେତ୍ରରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି। କ୍ରୀଡା କ୍ଷେତ୍ରରେ ଆଜି ସବୁ ରାଜ୍ୟ ଓଡିଶା ମଡେଲକୁ ଅନୁସରଣ କରୁଛନ୍ତି। ଇନ୍‌ଡୋର ଷ୍ଟାଡିୟମ ଉଦ୍‌ଘାଟନ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସବୁ ଇନ୍‌ଡୋର ଷ୍ଟାଡିୟମ ରାଜ୍ୟରେ କ୍ରୀଡା ସଂସ୍କୃତିକୁ ଆହୁରି ଆଗକୁ ନେବ। ବିଶେଷ କରି ବୃତ୍ତିଗତ କ୍ରୀଡା କ୍ଷେତ୍ରରେ ଏହା ଆମ ପିଲାମାନଙ୍କ ପାଇଁ ବହୁ ସୁଯୋଗ ସୃଷ୍ଟି କରିବ। ଗାଁ ଓ ଛୋଟ ସହରର ପିଲାମାନେ ବହୁ ସଂଖ୍ୟାରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇ ପାରିବେ ଏବଂ ଓଡ଼ିଶାରେ କ୍ରୀଡ଼ା ସଂସ୍କୃତିର ବିକାଶ ପାଇଁ ଆମର ପ୍ରୟାସ ଗୁଡିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

 



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button