ରାଜନୀତି

ଦେଶରେ ୭ଟି ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ , ଓଡ଼ିଶାରେ ମେ ୧୩, ୨୦, ୨୫ ଓ ଜୁନ ୧ରେ ଭୋଟ ଗ୍ରହଣ – Kalinga News

[ad_1]

ନୂଆଦିଲ୍ଲୀ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ସାରା ଦେଶରେ ମୋଟ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ଓ ଜୁନ ୧ରେ ୭ମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ଜୁନ ୪ରେ ଭୋଟ ଗଣତି ହେବ ।

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ରାଜ୍ୟରେ ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ଭୋଟ ଗ୍ରହଣ ହେବ ।

ଏହି ନିର୍ବାଚନ ପାଇଁ ୫୫ ଲକ୍ଷ ଇଭିଏମର ବ୍ୟବହାର କରାଯିବ । ୧୦.୫ ଲକ୍ଷ ପୋଲିଂ ବୁଥରେ ଭୋଟ ଗ୍ରହଣ କରାଯିବ । ଦେଢ କୋଟି ପୋଲିଂ ଅଫିସର ଓ କର୍ମଚାରୀ ନିର୍ବାଚନ କାମରେ ନିୟୋଜିତ ହେବେ । ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ୨୧୦୦ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି ।

ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର କହିଛନ୍ତି ଯେ ସପ୍ତଦଶ ଲୋକସଭାର କାର୍ଯ୍ୟକାଳ ୨୦୨୪ ଜୁନ୍ ୧୬ରେ ଶେଷ ହେଉଛି। ୯୭ କୋଟି ପଞ୍ଜୀକୃତ ଭୋଟର ଅଛନ୍ତି। ୧୮ରୁ ୨୯ ବର୍ଷର ଯୁବ ଭୋଟର ସଂଖ୍ୟା  ୨୧ କୋଟି ରହିଛି । ସେହିପରି ଦେଶରେ ୨ ଲକ୍ଷ ୧୮ ହଜାର ଶତାୟୁ ଭୋଟର ରହିଛନ୍ତି । ୮୫ ବର୍ଷରୁ ଅଧିକ ବୟସର ଭୋଟର ଘରେ ବସି ଭୋଟ ଦେଇପାରିବେ । ଏଥିପାଇଁ ସେମାନଙ୍କ ଘରକୁ ଫର୍ମ ପଠାଇଦିଆଯିବ ।

 



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button