ରାଜନୀତି

ମେଣ୍ଟ ଚର୍ଚ୍ଚା ଭିତରେ ପୁଣି ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ – Kalinga News

[ad_1]

ଭୁବନେଶ୍ବର: ମେଣ୍ଟ ଚର୍ଚ୍ଚା ଭିତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପୁଣି ଦିଲ୍ଲୀ ଗସ୍ତରେ ଯାଇଛନ୍ତି। । ରାଜ୍ୟ ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ହୋଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ନେଇ ମନମୋହନ ସାମଲ ଦିଲ୍ଲୀ ଗସ୍ତ କରିଥବା କୁହାଯାଇଛି। ଏହି ତାଲିକା କେନ୍ଦ୍ରୀୟ ନିର୍ବାଚନ କମିଟିକୁ ସେ ହସ୍ତାନ୍ତର କରିବେ। କେନ୍ଦ୍ରୀୟ କମିଟି ପ୍ରାର୍ଥୀ ତାଲିକା ଉପରେ ଚୂଡ଼ାନ୍ତ ମୋହର ମାରିବ। ଆଜି ଦିଲ୍ଲୀରେ କୋର କମିଟି ବୈଠକ ବସୁଛି। ଏଥିରେ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ବିଏଲ୍ ସନ୍ତୋଷ ପ୍ରମୁଖ ସାମିଲ ହେବେ। ତେଣୁ କୋର କମିଟି ବୈଠକରେ କାହା ନାଁରେ ଚୂଡ଼ାନ୍ତ ମୋହର ବାଜିବ ତା ଉପରେ ନଜର ରହିଛି।

ଦୁଇଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ପାଇଁ ବିଜେପି ଲୋକସଭା ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା ହୋଇନଥିଲା। ତେଣୁ ଆଜିର ବୈଠକ ଉପରେ ସମସ୍ତଙ୍କର ନଜର ରହିଛି। ଶନିବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନିର୍ବାଚନ କମିଟି ବୈଠକ ବସିଥିଲା। ଏଥିରେ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ ହୋଇଥିବା କୁହାଯାଇଛି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button