ଅପରାଧ

ପୂର୍ବ ଶତ୍ରୁତାକୁ ନେଇ ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ସରପଞ୍ଚ ପ୍ରତିନିଧିଙ୍କ ସମେତ ୪ ଗୁରୁତର – Kalinga News

[ad_1]

ତିଗିରିଆ: କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବେଲଅଣ୍ଟା ଗ୍ରାମର ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ମଙ୍ଗଳବାର ଗଣ୍ଡଗୋଳ ହୋଇଛି। ଏହି ଗଣ୍ଡଗୋଳରେ ଗୋଟିଏ ପକ୍ଷରୁ ୫ ଜଣ ଆହତ ହୋଇଛନ୍ତି। ସେଥିମଧ୍ୟରୁ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ଅରୁଣ କୁମାର ନାୟକ ଓ ଭାଇଙ୍କ ସମେତ ମୋଟ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଗୁରୁତରଙ୍କୁ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ଅନ୍ୟ ପକ୍ଷରେ ଆହତଙ୍କ ସଂଖ୍ୟା ବର୍ତ୍ତମାନ ସୁଦ୍ଧା ଜଣା ପଡ଼ିନାହିଁ। ବର୍ତ୍ତମାନ ଗ୍ରାମରେ ସ୍ଥାନୀୟ ଏସଡିପିଓ ରବୀନ୍ଦ୍ର କୁମାର ମଲ୍ଲିକଙ୍କ ନେତୃତ୍ୱରେ ପୁଲିସ ଟିମ ମୁତୟନ ଥିବା ଜଣାପଡ଼ିଛି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button