ରାଜନୀତି

ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା – Kalinga News

[ad_1]

କଟକ: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାରତୀୟ ଜନତା ପାର୍ଟି ଛାଡ଼ିଛନ୍ତି। ସେ ଦଳର କଟକ ଜିଲ୍ଲା ସଭାପତି ଥିଲେ। ପ୍ରକାଶ ବେହେରା ଦଳର ପ୍ରାଥମିକ ସଦସ୍ୟ ପଦରୁ ବି ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇ ଦେଇଛନ୍ତି। ସେ ଆଜି ବିଜେଡିରେ ଯୋଗ ଦେଇପାରନ୍ତି ବୋଲି କୁହାଯାଉଛି।

Odisha: Prakash Chandra Behera joins BJP | Tehelka

ବାରବାଟୀ କଟକରୁ ଲଢ଼ିବା ପାଇଁ ଚୁଡାନ୍ତ ହୋଇଥିବା ସୂଚନା ମିଳିଛି। ପ୍ରକାଶ ବେହେରା ବିଳମ୍ବିତ ରାତିରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ ଭେଟିବା ପରେ ନିଷ୍ପତ୍ତି ହୋଇଥିବା ନେଇ ଖବର ମିଳୁଛି।

ସୂଚନାଯୋଗ୍ୟ, ସେ ୨୦୧୯ରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଦଳ ତାଙ୍କ ପ୍ରତି ଅବହେଳା କରିଥିବା ଅଭିଯୋଗ କରି ସେ ତାଙ୍କ ଇସ୍ତଫାପତ୍ର ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପଠାଇଥିଲେ। ସେ ଭାଜପାର ନୂଆଦିଲ୍ଲୀସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଦେଶ ସଭାପତି ବସନ୍ତ ପଣ୍ଡା,କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏବଂ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଥିଲେ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button