ସିଦ୍ଧାନ୍ତ, ଅରିନ୍ଦମ ଓ ଆକାଶଙ୍କ ପରେ ବିଜେପିରେ ଯୋଗ ଦେଲେ ଅନୁଭବ – Kalinga News

[ad_1]
ଭୁବନେଶ୍ବର: କେନ୍ଦ୍ରାପଡ଼ା ସାଂସଦ ତଥା ଲୋକପ୍ରିୟ ସିନେ ତାରକା ଅନୁଭବ ମହାନ୍ତି ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଅନୁଭବ। ଦୁଇ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ଦେବା ପରେ ଅନୁଭବ କେଉଁ ଦଳକୁ ଯିବେ ତାହାକୁ ନେଇ ସସପେନ୍ସ ଲାଗି ରହିଥିଲା। କିନ୍ତୁ ଆଜି ଅନୁଭବ ବିଜେପିରେ ମିଶିଛନ୍ତି। କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ନିଜର ଇସ୍ତଫାପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିଲେ। ସେ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଚାଲିଥିଲା।

Sambad is now on WhatsApp
Join and get latest news updates delivered to you via WhatsApp
ଅନୁଭବ ମହାନ୍ତି ବିଜେଡିରୁ ଇସ୍ତଫା ଦେବା ସହ ଲେଖିଥିଲେ ଦଳ ମୁଖିଆଙ୍କୁ ଦେଖା କରିବାର ସୁଯୋଗ ମିଳୁନାହିଁ। ବାପାଙ୍କ ଦେହାନ୍ତ ପରେ ଦଳ ତରଫରୁ କୌଣସି ସମବେଦନା ମିଳିଲା ନାହିଁ। ତେବେ ବିଜେଡି ଛାଡ଼ିଥିଲେ ମଧ୍ୟ ଚଳିତ ନିର୍ବାଚନ ସେ ନିଶ୍ଚୟ ଲଢିବେ ବୋଲି କହିଥିଲେ । ୨୭ ଏପ୍ରିଲ ୨୦୧୩ରେ ବିଜେଡିରେ ସାମିଲ ହୋଇଥିଲେ ଅନୁଭବ। ୨୦୧୪ର ବିଜେଡି ଟିକେଟରେ ରାଜ୍ୟସଭା ସାଂସଦ ହୋଇଥିଲେ। ସର୍ବକନିଷ୍ଠ ରାଜ୍ୟସଭା ସାଂସଦ ଥିଲେ ଅନୁଭବ ମହାନ୍ତି। ତେବେ ୨୦୧୯ରେ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ରରୁ ନିର୍ବାଚନ ମଇଦାନକୁ ଅନୁଭବଙ୍କୁ ଓହ୍ଲାଇଥିଲା ବିଜେଡି। ବିଜେପିର ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ବିପକ୍ଷରେ ଅନୁଭବଙ୍କୁ ପ୍ରାର୍ଥୀ କରିଥିଲା ଦଳ। ସେ ବୈଜୟନ୍ତଙ୍କୁ ପରାସ୍ତ କରି କେନ୍ଦ୍ରାପଡ଼ା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। କିନ୍ତୁ ଗତ କିଛି ବର୍ଷ ହେବ ବିଜେଡି ତାଙ୍କୁ ଅଣଦେଖା କରିଚାଲିଥିଲା।
[ad_2]