ଓଡ଼ିଶାରେ ଦରକାର ଡବଲ ଇଞ୍ଜିନ ସରକାର: ଧର୍ମେନ୍ଦ୍ର ପ୍ରଧାନ – Kalinga News

[ad_1]
ସମ୍ବଲପୁର: ଆଜି କଚେରୀ ରୋଡ଼ ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଗିରିଶ ପଟେଲଙ୍କ ସଭାପତିତ୍ୱରେ ଦଳର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଛି। ସମ୍ବଲପୁର ବିଜେପି ମୁଖ୍ୟାଳୟରେ ଦଳୀୟ ପତାକା ଉତ୍ତୋଳନ ସହ ଡା. ଶ୍ୟାମାପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ଅବସରରେ ସମ୍ବଲପୁର ଲୋକସଭା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ, ରାଷ୍ଟ୍ରୀୟ ସେବକଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ବିଜେପି ଆଜି ବିଶ୍ୱର ସର୍ବବୃହତ ରାଜନୈତିକ ପରିବାରରେ ପରିଣତ ହୋଇଛି। ନରେନ୍ଦ୍ର ମୋଦୀଙ୍କ ଅଭୂତପୂର୍ବ ନେତୃତ୍ୱ, ଶୀର୍ଷ ନେତୃତ୍ୱର ପ୍ରୟାସ ଏବଂ କର୍ମଠ କାର୍ଯ୍ୟକର୍ତ୍ତାଙ୍କ ନିଃସ୍ୱାର୍ଥପର ସେବା ମନୋଭାବ ଯୋଗୁ ଆଜି ବିଜେପି ଦେଶର ସବୁଠାରୁ ବିଶ୍ୱସ୍ତ ରାଜନୈତିକ ଦଳ ଓ ଜନସାଧାରଣଙ୍କ ପ୍ରଥମ ପସନ୍ଦ ହୋଇଛି।
Sambad is now on WhatsApp
Join and get latest news updates delivered to you via WhatsApp
‘ପୁଣି ଆଉ ଥରେ ମୋଦୀ ସରକାର, ଓଡ଼ିଶାରେ ଦରକାର ଡବଲ ଇଞ୍ଜିନ ସରକାର’ର ନାରା ଦେଇ କେନ୍ଦ୍ରମନ୍ତ୍ରୀ କହିଥିଲେ ଯେ ଦେଶରେ ନିର୍ବାଚନୀ ପ୍ରକ୍ରିୟା ଜାରି ରହିଛି। ଗତ ୧୦ ବର୍ଷରେ ଅନେକ କାମ ହୋଇଛି, ଯାହାର ପ୍ରତିଫଳନ ସମ୍ବଲପୁରରେ ହୋଇଛି। ଦେଶରେ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଲୋକଙ୍କ ଭରସା ବଢିଛି। କାର୍ଯ୍ୟକର୍ତ୍ତାମାନେ ମୋଦୀ ଗ୍ୟାରେଣ୍ଟି, ଜନକଲ୍ୟାଣକାରୀ ଓ ବିକାଶମୂଳକ ଯୋଜନା ତଥା ଗତ ୧୦ ବର୍ଷର ଟ୍ରାକ୍ ରେକର୍ଡକୁ ସମ୍ବଲପୁରର ଘରେ ଘରେ ପହଞ୍ଚାଇବା ପାଇଁ ଆହୁରି ପରିଶ୍ରମ କରିବା ଦରକାର ବୋଲି ସେ କହିଥିଲେ।
[ad_2]




