ଆଇପିଏଲ୍ : ଲକ୍ଷ୍ନୌ ସୁପରଜାୟାଣ୍ଟସକୁ ୮ ଓ୍ବିକେଟରେ ହରାଇଲା କୋଲକାତା ନାଇଟରାଇଡର୍ସ – Kalinga News

[ad_1]
କୋଲକାତା : କୋଲକାତାରେ ଖେଳାଯାଉଥିବା ଆଇପିଏଲ-୨୦୨୪ର ୨୮ତମ ମ୍ୟାଚରେ ଲକ୍ଷ୍ନୌ ସୁପରଜାୟାଣ୍ଟସକୁ ୮ ଓ୍ବିକେଟରେ ପରାସ୍ତ କଲା କୋଲକାତା ନାଇଟରାଇଡର୍ସ ।
Sambad is now on WhatsApp
Join and get latest news updates delivered to you via WhatsApp
କୋଲକାତା ଆଗରେ ବିଜୟ ପାଇଁ ଲକ୍ଷ୍ନୌ ପକ୍ଷରୁ ୧୬୨ ରନର ଲକ୍ଷ୍ୟ ରଖାଯାଇଥିବାବେଳେ କୋଲକାତା ତାହାକୁ ୧୫.୪ ଓଭରରେ ୨ଟି ଓ୍ବିକେଟ ହରାଇ ହାସଲ କରିନେଇଥିଲା । ଦଳପକ୍ଷରୁ ଫିଲିପ୍ ସଲ୍ଟ ଅପରାଜିତ ୮୯ ରନ କରି ଦଳର ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ସେହିପରି ଶ୍ରେୟସ ଆୟର ଅପରାଜିତ ୩୮ ରନ କରିଥିଲେ ।
ଏହି ମ୍ୟାଟରେ କୋଲକାତା ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଲକ୍ଷ୍ନୌ ଦଳର ଦୁଇ ଓପନର କ୍ବିଣ୍ଟନ ଡିକକ୍ ଓ କେଏଲ ରାହୁଲ ସତର୍କତାର ସହ ଇନିଂସ ଆରମ୍ଭ କରିଥିଲେ ବି ଡକକ୍ ମାତ୍ର ୧୦ ରନ କରି ଆଉଟ ହୋଇଥିଲେ । ତେବେ ଅଧିନାୟକ ରାହୁଲ୍ ୩୯ ରନର ଏକ ଉପଯୋଗୀ ଇନିଂସ ଖେଳିଥିଲେ । କିନ୍ତୁ ଦିପକ୍ ହୁଦା ମାତ୍ର ୮ ରନ କରି ଆଉଟ ହୋଇଥିବାବେଳେ ଆୟୁଷ ବାଦୋନି ୨୯ ରନ କରିଥିଲେ । ମାର୍କସ ଷ୍ଟୋଇନିସ୍ ୧୦ ରନ କରି ଆଉଟ ହୋଇଥିଲେ । ତେବେ ଶେଷ ବେଳକୁ ନିକୋଲାସ ପୁରନ ୪୫ ରନର ଏକ ଉପଯୋଗୀ ଇନିଂସ ଖେଳିଥିଲେ ଓ ଦଳୀୟ ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେବାରେ ସହାୟକ ହୋଇଥିଲେ । ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୬୧ ରନ କରିଥିଲା । କୋଲକାତା ପକ୍ଷରୁ ମିଚେଲ ଷ୍ଟାକ୍ ୨ଟି ଓ୍ବିକେଟ ନେଇଥିବାବେଳେ ସୁନୀଲ ନାରାୟଣ, ବରୁଣ ଚକ୍ରବର୍ତ୍ତୀ,ଆନ୍ଦ୍ରେ ରସେଲ ଓ ବୈଭବ ଆରୋରା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।
[ad_2]




