ରାଜନୀତି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ: ମିଶନଶକ୍ତିର ୨ ସିଆରପିଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ – Kalinga News

[ad_1]
କେନ୍ଦ୍ରାପଡ଼ା: ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି । ମହାକାଳପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳସଙ୍ଗା ପଞ୍ଚାୟତରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ରୋଡ଼ ସୋ ଓ ଶକ୍ତି ପ୍ରଦର୍ଶନ ସମୟରେ ଅଭିଯୁକ୍ତମାନେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା।

Sambad is now on WhatsApp
Join and get latest news updates delivered to you via WhatsApp
ଏଥିରେ ସିଆରପି ନର୍ମଦା ବସନ୍ତିଆ ଓ ପୁଷ୍ପାଞ୍ଜଳୀ ମହାନ୍ତି ଅତନୁଙ୍କୁ ପୁଷ୍ପଗୁଚ୍ଛ ଦେବା ସହ ହୁଳହୁଳି ପକାଇ ଥିଲେ । ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଯାଇଥିଲା।
[ad_2]