ଅପରାଧ

ଜୁନ୍‌ ୧ ପର୍ଯ୍ୟନ୍ତ ଦିଲ୍ଳୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ – Kalinga News

[ad_1]

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କୁ ଅର୍ଥ ହେରଫେର ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ଦିନ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। କେଜ୍ରିୱାଲ୍‌ଙ୍କୁ ଏହି ଜାମିନ୍‌ ଜୁନ୍‌ ୧ ତାରିଖ ପର୍ଯ୍ୟନ୍ତ ମିଳିଛି।

କେଜ୍ରିୱାଲଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଅନ୍ତରୀଣ ଜାମିନ ଆବେଦନ ଉପରେ ଶୁଣାଣି କରିଛନ୍ତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତ।  ଦିଲ୍ଲୀର ମଦ ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ବେଳେ ଚାଲିଥିବା ଲୋକସଭା ନିର୍ବାଚନ ​​ପ୍ରଚାରରେ ଅଂଶଗ୍ରହଣ କରିବାକୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ କରାଯାଇଥିଲା। ଯାହାକୁ ଅଦାଲତ ମଞ୍ଜୁରୀ ଦେଇଛନ୍ତି।

କୋର୍ଟ ତାଙ୍କୁ ଜୁନ୍‌ ୨ ତାରିଖରେ ଆସି ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ ୨୧ ତାରିଖରେ ଇଡି ଦ୍ବାରା ଗିରଫ ହେବା ପରେ କେଜ୍ରିୱାଲ୍‌ ଏବେ ତିହାର ଜେଲ୍‌ରେ ଅଛନ୍ତି। ତେବେ କେଜ୍ରିୱାଲ୍‌ଙ୍କ ପକ୍ଷର ଓକିଲ ଅଭିଷେକ ମନୁ ସିଂଗଭୀ ତାଙ୍କୁ ଜୁନ୍‌ ୫ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ୍‌ ଦେବାକୁ ଆବେଦନ କରିଥିବା ବେଳେ ଜଷ୍ଟିସ୍‌ ଖାନ୍ନା ପୂରାପୂରି ମନା କରି ଦେଇଛନ୍ତି।

ଗତ ୭ ତାରିଖରେ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଉପରେ ରାୟ ସଂରକ୍ଷିତ ରଖିଥିଲେ । ଇଡି ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନକୁ ବିରୋଧ କରି କୋର୍ଟରେ କହିଥିଲେ ଯେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେବା ରାଜନେତାଙ୍କ ପାଇଁ ଏକ ଅଲଗା ଶ୍ରେଣୀ ସୃଷ୍ଟି କରିବା ପରି ହେବ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button