ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟା ପଛରେ ଷଡ଼ଯନ୍ତ୍ର ଥିଲା: ବିଜେପି – Kalinga News

[ad_1]
ଭୁବନେଶ୍ବର: ଭୁବନେଶ୍ବରରେ ବିଜେପି ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ଦଳର ବରିଷ୍ଠ ନେତା ତଥା ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ।

Sambad is now on WhatsApp
Join and get latest news updates delivered to you via WhatsApp
ଏଥିରେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟା ପ୍ରସଙ୍ଗ ଉଠାଇ ବିଜେପି ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରି କହିଛନ୍ତି, ଜାଣିଶୁଣି ସୁରକ୍ଷା ବ୍ୟବସ୍ଥା ଢ଼ିଲା କରାଯାଇଥିଲା। ସେତେବେଳେ ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ ବିଭାଗ ଥିଲା। ଏହି ହତ୍ୟାକାଣ୍ଡ ପଛରେ ଷଡ଼ଯନ୍ତ୍ର ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଜବାବ ଦିଅନ୍ତୁ।
ଏଣେ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ଆମେ ନେତା କି କ୍ରୀତଦାସ ବାଛିବାକୁ ଯାଉଛୁ, ସେକଥା ଚିନ୍ତା କରନ୍ତୁ? ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ ଉଠାଇ ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ଡିପିଆରକ କାହିଁକି ଭୁଲ ହେଲା ଓ ବଦଳା ଗଲା କାହିଁକି? ଯେଉଁ ପ୍ରାଚୀନ ମଠ ସବୁ ଭଙ୍ଗା ଗଲା କେବେ ତିଆରି ହେବ। ଶ୍ରୀମନ୍ଦିର ପ୍ରକଳ୍ପ ପାଇଁ ୪୨ ଶହ କୋଟିର ବ୍ୟୟ ସାର୍ବଜନୀନ କରିବାକୁ ସେ ଦାବି କରିଛନ୍ତି।
[ad_2]