ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ଆରମ୍ଭ, ଭୋଟ ଦେବାକୁ ନିବେଦନ କଲେ ପ୍ରମୁଖ ନେତା

। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଓଡ଼ିଶାବାସୀଙ୍କୁ ଭୋଟ ଦେବାକୁ ନିବେଦନ କଲେ ପ୍ରଧନାମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନିଜର ମତଦାନକୁ ଅଧିକାରକୁ ସ୍ପଷ୍ଟ ଭାବେ ସାବ୍ୟସ୍ତ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସରେ ଟ୍ବିଟ୍ କରି କହିଛନ୍ତି, ଆଜି ଓଡ଼ିଶାରେ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି। ମୁଁ ରାଜ୍ୟବାସୀଙ୍କୁ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବାକୁ ଆହ୍ବାନ କରୁଛି । ଆପଣଙ୍କ ଭୋଟ୍ ଆପଣଙ୍କ ସ୍ଵର- ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବେ ଉତ୍ତୋଳନ କରନ୍ତୁ।
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।
ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କହିଛନ୍ତି ଯେ ଓଡ଼ିଶାରେ ଆଜି ଠାରୁ ଗଣତନ୍ତ୍ରର ପର୍ବ ଆରମ୍ଭ ହୋଇଛି।ଦେଶର ସମସ୍ତ ଭୋଟରଙ୍କୁ ଅଧିକରୁ ଅଧିକ ସଂଖ୍ୟାରେ ଭୋଟ ଦେବା ପାଇଁ ଅନୁରୋଧ କରୁଛି । ଆଜି ଭୋଟ୍ ଦେଉଥିବା ବନ୍ଧୁଗଣ ବିଶେଷ ଭାବରେ ମାତୃଶକ୍ତି ଏବଂ ପ୍ରଥମ ଥର ପାଇଁ ଭୋଟ୍ ଦେଉଥିବା ଯୁବସାଥୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସକ୍ରିୟ ଭୂମିକା ନିର୍ବାହ କରିବା ପାଇଁ ନିବେଦନ କରୁଛି।