ଅପରାଧ

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ – Kalinga News

[ad_1]

ଖଲ୍ଲିକୋଟ: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ।

ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। ଆହତମାନଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି। ମୁଁ ନିଶ୍ଚିତ ଯେ ଏହି ଜଘନ୍ୟ ଅପରାଧର ଅପରାଧୀଙ୍କ ବିରୋଧରେ ପୋଲିସ ଦୃଢ଼ ତଥା ଦୃଷ୍ଟାନ୍ତମୁଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button