ମାଓ ଶିବିରରୁ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ଓ ବନ୍ଧୁକ ଜବତ – Kalinga News

[ad_1]
ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ଜଣାଯାଇଛି। ମାଓ କ୍ୟାମ୍ପରୁ ୪ ଲକ୍ଷ ମୂଲ୍ୟର ୨ ହଜାର ନୋଟ୍ ସହ ଦେଶୀ ବନ୍ଧୁକ ଓ ୪ ଗୁଳି ଜବତ ମଧ୍ୟ ହୋଇଛି।
Sambad is now on WhatsApp
Join and get latest news updates delivered to you via WhatsApp

ସୂଚନା ଅନୁସାରେ, ଗତକାଲି ଶିବନାରାୟଣପୁର ଜଙ୍ଗଲରେ ୨୦ରୁ ୩୦ ନକ୍ସଲ ସଂଗଠିତ ହୋଇଥିବା ଗୋଇନ୍ଦା ସୂତ୍ରରୁ ଖବର ପାଇ ସ୍ବତନ୍ତ୍ର ସୁରକ୍ଷା ବାହିନୀର (ଏସ୍ଓଜି) ସର୍ଚ୍ଚ ଅପରେସନରେ ବାହାରିଥିଲେ। ସେତେବେଳକୁ ରାତି ପ୍ରାୟ ୩ଟା ସମୟ। ଯବାନଙ୍କୁ ଦେଖି ନକ୍ସଲମାନେ ଗୁଳି ଚଳାଇଥିଲେ। ଯବାନମାନେ ମଧ୍ୟ ପାଲଟା ଗୁଳିଚାଳନା କରିଥିଲେ। ତେବେ, ନକ୍ସଲଙ୍କ ଗୁଳିରେ ଏସ୍ଓଜି ଯବାନ ପ୍ରକାଶ ସାଇ ଆହତ ହୋଇଥିଲେ। ତାଙ୍କ ବେକରେ ଗୁଳି ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଛତିଶଗଡ଼ର ଗରିଆବନ୍ଧ ମୁଖ୍ୟ ଡାକ୍ତରଖାନା ପରେ ରାୟପୁର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ଥିବା ଜଣାଯାଇଛି।
ଅନ୍ୟପକ୍ଷରେ, ସକାଳ ୮ଟାରେ ନକ୍ସଲ ଓ ଯବାନଙ୍କ ମଧ୍ୟରେ ପୁଣି ଗୁଳି ବିନିମୟ ହୋଇଥିଲା। କିଛିସମୟ ଧରି ଗୁଳି ବିନିମୟ ହେବାପରେ ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ଏହାପରେ ଯବାନମାନେ ଏକ ନକ୍ସଲ କ୍ୟାମ୍ପ ଠାବ କରିଥିଲେ। ସେଠାରୁ ୧୦ଟି ଆଇଇଡି ଓ ଗୋଟିଏ ପିସ୍ତଲ ସହ କିଛି ମାଓ ସାମଗ୍ରୀ ଜବତ କରାଯାଇଛି। ବର୍ତ୍ତମାନ ମଧ୍ୟ ସୁନାବେଡ଼ା ଅଭୟାରଣ୍ୟରେ ଏସ୍ଓଜି, କୋବ୍ରା ଓ ସିଆର୍ପିଏଫ୍ ଯବାନ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିବା ନୂଆପଡ଼ା ଏସ୍ପି ଜି.ଆର୍. ରାଘବେନ୍ଦ୍ର ସୂଚନା ଦେଇଥିଲେ।
[ad_2]




