ଷଷ୍ଠ ପର୍ଯ୍ୟାୟ ନିର୍ବାଚନ: ୫୮ ଲୋକସଭା ଆସନରେ ମତଦାନ ଜାରି, ବୁଥ୍ ଉପରେ ସିସିଟିଭି ନଜର – Kalinga News

[ad_1]
ନୂଆଦିଲ୍ଲୀ: ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନଲାଗି ମତଦାନ ଶନିବାର ସକାଳ ୭ଟାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ୮ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ମତଦାନ ଜାରି ରହିଛି। ମୋଟ୍ ୫୮ଟି ଲୋକସଭା ଆସନ ଲାଗି ଭୋଟର ମତଦାଧିକାର ସାବ୍ୟସ୍ତ କରୁଛନ୍ତି । ଭୋଟିଂ ପ୍ରକ୍ରିୟା ସନ୍ଧ୍ୟା ୬ଟା ଯାଏ ଚାଲିବ। ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଥ୍ ଉପରେ ସିସିଟିଭି କ୍ୟାମେରା ଲଗାଯାଇଛି।

Sambad is now on WhatsApp
Join and get latest news updates delivered to you via WhatsApp
ଏହି ପର୍ଯ୍ୟାୟରେ ବିହାରର ୮ ଲୋକସଭା ଆସନ ସମେତ ହରିୟାଣାର ସମସ୍ତ ୧୦ଟି ଆସନ, ଜମ୍ମୁ ଓ କଶ୍ମୀରର ଗୋଟିଏ, ଝାଡ଼ଖଣ୍ଡର ୪, ଦିଲ୍ଲୀର ସମସ୍ତ ୭, ଓଡ଼ିଶାର ୬, ଉତ୍ତର ପ୍ରଦେଶର ୧୪ ଏବଂ ପଶ୍ଚିମବଙ୍ଗର ୮ଟି ଆସନ ଲାଗି ମତଦାନ ଜାରି ରହିଛି ।
୧୧.୧୩ କୋଟି ମତଦାତା ସେମାନଙ୍କ ରାଜନୈତିକ ମତାଧିକାର ସାବ୍ୟସ୍ତ କରୁଛନ୍ତି। ମତଦାତାଙ୍କ ମଧ୍ୟରୁ ୫.୮୪ କୋଟି ପୁରୁଷ, ୫.୨୯ କୋଟି ମହିଳା ଏବଂ ୫,୧୨୦ ଜଣ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି।
ଏହି ପର୍ଯ୍ୟାୟରେ ମୋଟ୍ ୮୮୯ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଆସନ୍ତା ଜୁନ୍ ୧ ତାରିଖରେ ଅନୁଷ୍ଠିତ ହେବ ।
[ad_2]