ରାଜନୀତି

ପାଣ୍ଡିଆନ୍‌ଙ୍କୁ କ୍ଲିନ୍ ଚିଟ୍ ଦେଲେ ନବୀନ, କହିଲେ ସେ ଜଣେ କର୍ତ୍ତବ୍ୟନିଷ୍ଠ ବ୍ୟକ୍ତି – Kalinga News

[ad_1]

ଭୁବନେଶ୍ବର: ରାଜ୍ୟରେ ବିଜେଡିର ପରାଜୟ ପରେ ଭିକେ ପାଣ୍ଡିଆନ୍‌ଙ୍କୁ ନେଇ ଜାରି ରହିଥିବା ବିବାଦ ମଧ୍ୟରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ସେ ପାଣ୍ଡିଆନ୍‌ଙ୍କୁ କ୍ଲିନ୍ ଚିଟ୍ ଦେଇଛନ୍ତି। ସେ କହିଛନ୍ତି ପାଣ୍ଡିଆନ୍ ଜଣେ କର୍ତ୍ତବ୍ୟନିଷ୍ଠ ବ୍ୟକ୍ତି। ରାଜ୍ୟରେ ବାତ୍ୟା ସମୟରେ ସେ ଜନସାଧାରଣଙ୍କ ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ। ଏହା ସହିତ ସେ ବିଭିନ୍ନ ଦାୟିତ୍ବକୁ ସୂଚାରୁ ରୂପେ ତୁଲାଇଥିବା ନବୀନ କହିଛନ୍ତି।

ଏହା ସହିତ ନବୀନ କହିଛନ୍ତି ଦୀର୍ଘ ଦିନ ଧରି ଓଡ଼ିଶାର ସେବା କରିବା ପାଇଁ ବିଜେଡ଼ି ସରକାରଙ୍କୁ ଓଡ଼ିଶାର ଜନସାଧାରଣ ସୁଯୋଗ ଦେଇଥିବାରୁ ମୁଁ ସେମାନଙ୍କୁ କୃତଜ୍ଞତା ଜଣାଉଛି। ପିଟିଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି ଲୋକଙ୍କ ସେବା କରିବାକୁ ମୋତେ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀ ନିକଟରେ ମୁଁ ଗଭୀର କୃତଜ୍ଞ।

ଆମ ସରକାରଙ୍କ ଉପଲବ୍ଧି ନେଇ ମୁଁ ଗର୍ବିତ । ଗଣତନ୍ତ୍ରରେ ବିଜୟ କିମ୍ବା ପରାଜୟ ହୋଇଥାଏ। ଓଡ଼ିଶାର ସାଢେ ୪ କୋଟି ଜନତା ମୋ ପରିବାର ଓ ମୁଁ ସେମାନଙ୍କ ସେବା ଜାରି ରଖିବି । ଆମେ ପରାଜୟକୁ ସାଦର ସହ ଗ୍ରହଣ କରୁଛୁ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button