ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ – Kalinga News

[ad_1]
ଭୁବନେଶ୍ବର: ପ୍ରତ୍ୟକ୍ଷ ରାଜନୀତିରୁ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଓହରି ଯାଇଛନ୍ତି। ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସମ୍ପର୍କରେ ଶ୍ରୀ ସାମନ୍ତଙ୍କ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ। ଏହା ସହ ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ଶ୍ରୀ ସାମନ୍ତ, ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ।
ଦୀର୍ଘ ୩୨ବର୍ଷ ଧରି ସେ ଜାରି ରଖିଥିବା ସମାଜସେବା ପୂର୍ବବତ ଜାରି ରହିବ ଏବଂ ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି।
ଚଳିତ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ।
ଏହି ଅବସରରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ସେମାନଙ୍କ ଭଲ ପାଇବା ପାଇଁ ଶ୍ରୀ ସାମନ୍ତ କନ୍ଧମାଳବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
[ad_2]




