ଶପଥ ନେବାପରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର – Kalinga News

[ad_1]
ସମ୍ବଲପୁର: ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩.୦ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସୋମବାର ଦିନ ନୂଆଦିଲ୍ଲୀସ୍ଥିତ ହଜଖାସ୍ ଶ୍ରୀଜଗନ୍ନାଥ ମନ୍ଦିରରେ ପ୍ରଭୁଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀଙ୍କ ସହ ତାଙ୍କ ପତ୍ନୀ ମୃଦୁଳା ଠାକୁର ମଧ୍ୟ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ‘ଦେଶର ଦାୟିତ୍ୱ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ହାତରେ ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ମୋ ଉପରେ ଆସ୍ଥା ପ୍ରକଟ କରି କ୍ୟାବିନେଟ୍ରେ ସାମିଲ୍ କରିଥିବାରୁ ସାଢ଼େ ୪ କୋଟି ଓଡ଼ିଆ ଲୋକଙ୍କ ତରଫରୁ ତାଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।’ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମାଆ ସମଲେଶ୍ୱରୀଙ୍କ ଆଶୀର୍ବାଦରୁ ଓଡ଼ିଶା ସମେତ ଦେଶବାସୀଙ୍କ ସେବା କରିବାପାଇଁ ସୁଯୋଗ ମିଳିବା ତାଙ୍କ ପାଇଁ ସୌଭାଗ୍ୟର ବିଷୟ ବୋଲି ସେ କହିଛନ୍ତି।
[ad_2]




