ସପ୍ତଦଶ ବିଧାନସଭାର ନୂଆ ବାଚସ୍ପତିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଲେଖିଲେ ନିଆରା ଶୁଭେଚ୍ଛା ବାର୍ତ୍ତା – Kalinga News

[ad_1]
ଭୁବନେଶ୍ୱର: ଓଡ଼ିଶାର ସପ୍ତଦଶ ବିଧାନସଭାର ନୂଆ ବାଚସ୍ପତି ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।
Sambad is now on WhatsApp
Join and get latest news updates delivered to you via WhatsApp
ଆପଣ ଏହି ଦାୟିତ୍ୱ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗାରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍ ଭାବରେ ପରିଚାଳନା କରିବେ।
ଆମେ ସଭିଏଁ ଓଡ଼ଶାବାସୀଙ୍କ ପାଇଁ ନିଷ୍ଠାପର ଭାବେ ସେବା କରିବା ନିମନ୍ତେ ଦୃଢ ସଂକଳ୍ପବଦ୍ଧ। ମୋର ଆଶା, ଆମେ ସଭିଏଁ ଗୃହକାର୍ଯ୍ୟରେ ବାଚସ୍ପତିଙ୍କୁ ସାହାଯ୍ୟ ଓ ସହଯୋଗ କରି ଏବଂ ଗୃହର ପରମ୍ପରା ଓ ପଦମର୍ଯ୍ୟାଦା ବଜାୟ ରଖିବା ପ୍ରତି ଗୁରୁତ୍ବାରୋପ କରିବା ଆବଶ୍ୟକ ।
ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହର ସମସ୍ତ ସଦସ୍ୟା ଓ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଶାବାସୀଙ୍କୁ ମଧ୍ୟ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଥିଲେ।
[ad_2]




