ଦେଶ- ବିଦେଶ

ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଗିରଫ କଲା ସିବିଆଇ – Kalinga News

[ad_1]

ନୂଆଦିଲ୍ଲୀ: : ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଦ୍ବାରା ଗିରଫ ହୋଇ ଜେଲ୍ରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଜି ପୁଣି ସିବିଆଇ ଗିରଫ କରିଛି। ସିବିଆଇ ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ତିହାର ଜେଲ୍ରୁ ଗିରଫ କରିଛି। ମନି ଲଣ୍ଡରିଂ ମାମଲାରେ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ଥିଲା। କିନ୍ତୁ ସିବିଆଇ ଦ୍ବାରା ଗିରଫ ହେବାପରେ କେଜ୍ରିୱାଲ ସୁପ୍ରିମକୋର୍ଟରୁ ତାଙ୍କ ଆବେଦନ ପ୍ରତ୍ୟାହାର କରିନେଇଛନ୍ତି। ଉଲ୍ଲେଖଯୋଗ୍ୟ, ସୋମବାର କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ତିହାର ଜେଲ୍ରେ ପହଞ୍ଚି ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କ ବୟାନ ରେକର୍ଡ କରିଥିଲା। ସିବିଆଇ ଆଜି ଅରବିନ୍ଦ କେଜ୍ରିୱାଲଙ୍କୁ ଟ୍ରାଏଲ କୋର୍ଟରେ ହାଜର କରିବ।

[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button