ରାଜନୀତି

ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପ୍ରବେଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କରିଛନ୍ତି । ତୃତୀୟ ମହଲାର ନିଜ ପ୍ରକୋଷ୍ଠରେ ଗୁରୁବାରଠାରୁ କାର୍ଯ୍ୟ ଆରମ୍ଭ କରିଛନ୍ତି

ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ। ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ଆବଶ୍ୟକ ପଡ଼ିଲେ ଆଇନରେ ସଂଶୋଧନ କରାଯିବ। ଓଡ଼ିଆ ଅସ୍ମିତାର ବିକାଶ ପାଇଁ ଗୁରୁତ୍ବାରୋପ କରାଯିବ।  ଏହା ସହିତ ବରୁଣେଇରେ ପାଇକ ଏକାଡେମୀ ଗଠନ ସହିତ ସ୍ବାରକୀ ବିକାଶ କରାଯିବ। ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ ।

ଉଚ୍ଚ ବିଦ୍ୟାଳୟସ୍ତରରେ ଓଡ଼ିଆ ଶିକ୍ଷକ ନିଯୁକ୍ତି କରାଯିବ। ସାହିତ୍ୟ, ସଙ୍ଗୀତ ଏବଂ ନାଟକ ଓ ଲଳିତ କଳା ଆଦି ୩ଟି ଏକାଡେମୀର ପୁନରୁର୍ଦ୍ଧାର ତଥା ପୁନର୍ଗଠନ କରାଯିବ।  ଏସବୁ ଏକାଡେମୀର କାର୍ୟ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ ।  ଭାଷା କମିଶନ ଗଠନ କରାଯିବ। ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ । ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ ।

ଓଡ଼ିଆ ଭାଷା ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ଏବଂ ଅସ୍ମିତା ଭବନ ଗଠନ ହେବେ। ଓଡ଼ିଆ ଭାଷା କ୍ଷେତ୍ରରେ ଗୁଣାତ୍ମକ ଗବେଷଣା କରାଯିବ। ଜିଲ୍ଲାର କଳା ସଂସ୍କୃତିକୁ ବିକାଶ କରାଯିବ। ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ । ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାଗ ଉପଯୋଗ ପାଇଁ ବ୍ୟବସ୍ଥା ହେବ ।
ଓଡ଼ିଆ ଅସ୍ମିତାର ବିକାଶ ପାଇଁ କେଉଁ କେଉଁ ପଦକ୍ଷେପ ଗ୍ରହଣ କରାଯିବ ସେ ନେଇ ଲୋକଙ୍କଠାରୁ ମୁଖ୍ୟମନ୍ତ୍ରୀ ମତାମତ ଆହ୍ବାନ କରିଛନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button