ରାଜନୀତି
ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ

ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୂଜାର୍ଚ୍ଚନା କରି ମୁଣ୍ଡିଆ ମାରି ଲୋକସେବା ଭବନ ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା। ଆଜି ସେହି ପ୍ରକୋଷ୍ଠକୁ ଯାଇ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ। ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ୟ୍ୟାଳୟ ଖୋଲି କାମ କରୁଥିଲେ।