ରାଜନୀତି

ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ହେଲେ ସନ୍‌ତୃପ୍ତ ମିଶ୍ର

ବଦଳିଲେ ବିଜୁ ଜନତା ଦଳର ରାଜ୍ୟସ୍ତରୀୟ କର୍ମକର୍ତ୍ତା । ରାଜ୍ୟସ୍ତରୀୟ ଦଳୀୟ ସମସ୍ତ ପଦାଧିକାରୀଙ୍କୁ ହଟାଇଲା ଦଳ ।
ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କଲା ଦଳ । ଏଥିରେ ସନ୍ତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ ଓ ଦେବୀ ମିଶ୍ର ପ୍ରମୁଖଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର କରାଯାଇଛି। ସେହିପରି ମୋଟ ୧୪ ଜଣ ନେତା ହୋଇଛନ୍ତି ରାଜ୍ୟସ୍ତରୀୟ ମୁଖପାତ୍ର। ସନ୍ତୃପ୍ତ ମିଶ୍ର ଓ କଳିକେଶ ସିଂଦେଓଙ୍କ ସମେତ ୬ ନେତାଙ୍କୁ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ୱ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ।

Related Articles

Leave a Reply

Your email address will not be published. Required fields are marked *

Back to top button