ରାଜ୍ୟ

କେରଳରେ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୩୬, ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ

 କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନ ହୋଇଥିବା ଖବର ସାମ୍ନାକୁ ଆସିଛି। ଏଯାବତ ହସ୍ତଗତ ହୋଇଥିବା ଖବର ଅନୁସାରେ, ଭୂସ୍ଖଳନରେ ୩୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଫସିରହିଥିବା ଜଣା ପଡିଛି। ୱାଏନାଡର ମେପାଡ଼ି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହୋଇଛି। ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ ସହ MI 17 ଓ ALH ହେଲିକପ୍ଟର ପଠାଯାଇଛି।

ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହା ସହ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button