ରାଜ୍ୟ

ହୀରାକୁଦର ୨ଟି ଗେଟ୍‌ ବନ୍ଦ : ମୁଣ୍ଡଳୀଠାରେ ମହାନଦୀର ଜଳସ୍ତର ହ୍ରାସ

ହୀରାକୁଦ ଜଳଭଣ୍ଡାରରୁ ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। କିନ୍ତୁ ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ୨ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଏବେ ହୀରାକୁଦ ଡ୍ୟାମର ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ହୀରାକୁଦର ଦୁଇଟି ଗେଟ୍‌ ବନ୍ଦ ହେବା ଦ୍ୱାରା କଟକ ମୁଣ୍ଡଳୀ ଠାରେ ମହାନଦୀର ଜଳସ୍ତର ହ୍ରାସ ପାଉଥିବା ଜଣାଯାଇଛି। ରବିବାର ସକାଳ ସାଢ଼େ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ରବିବାର ସନ୍ଧ୍ୟା ସୁଦ୍ଧା ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ସୁଶୀଲ ବେହେରା ସୂଚନା ଦେଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button