ଦେଶ- ବିଦେଶ
କେରଳ ଅଧିକାରୀଙ୍କ ସହ କଥା ହେଲେ ଓଡିଶା ସରକାର

କେରଳରେ ଫଶିଥିବା ୨ ଓଡ଼ିଆ ପରିବାର ଉଦ୍ଧାର ପାଇଁ କେରଳ ଅଧିକାରୀଙ୍କ ସହ କଥା ହେଲେ ଓଡିଶା ସରକାର । କେରଳର ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ସେଠାକାର ଓଡ଼ିଆ ଅଧିକାରୀଙ୍କ ସହ ଓଡିଶା ସ୍ୱତନ୍ତ୍ର ରିଲିଫ କମିଶନର କଥା ହୋଇଛନ୍ତି । ସେ କହିଛନ୍ତି ଯେ, ୩ଜଣ ଡାକ୍ତରଙ୍କ ଖୋଜ ଖବର ମିଳିନଥିବାବେଳେ ତାଙ୍କ ପତ୍ନୀ ମାନେ ଚିକିତ୍ସିତ ହେଉଛନ୍ତି । ବାୟୁ ସେନା ଏବଂ ଏନଡିଆରଏଫ ସହ ମଧ୍ୟ ଆମେ ଯୋଗାଯୋଗରେ ଅଛୁ । ରାଜସ୍ବ ବିଭାଗ ଓ ଜିଲ୍ଲା ପ୍ରଶାସନ ଉଭୟଙ୍କ ପରିବାର ପାଖରେ ପହଞ୍ଚିଛି ବୋଲି କହୁଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।