ରାଜ୍ୟ

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ୮ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୦୭/୮: ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ୮ଟି ଠିକଣାରେ ରେଡ୍ କରିଛି ଭିଜିଲାନ୍ସ। ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଭୁବନେଶ୍ୱର, ଖୋର୍ଦ୍ଧା,ନୟାଗଡ଼, ଆଠଗଡ଼ ରେ ଏକକାଳୀନ ୮ ଟି ସ୍ଥାନରେ ଚଢ଼ାଉ କରାଯାଉଛି ।

ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମ ନଗରରେ ଥିବା ଶ୍ରୀ ଏନ୍କ୍ଲେଭ୍ ଆପାର୍ଟମେଣ୍ଟର ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା ଓ ଅନ୍ୟ ଏକ କୋଠା, ରାଜସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ ରେ ଥିବା ଅଫିସ, କ୍ବାର୍ଟର ଆଦି ସ୍ଥାନରେ ରେଡ଼ ଚାଲିଛି ।

୬ ଜଣ ଡ଼ିଏସପିଙ୍କ ନେତୃତ୍ବରେ ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ଚଢ଼ାଉ ଜାରି ରଖିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button