ଦେଶ- ବିଦେଶ

ଗ୍ରାହକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ; ଆଜି କମିଲା ସୁନା ଓ ରୂପା ଦର

ହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। କାରଣ ଆଜି ସୁନା ଦର କମିଛି । ଆଗକୁ ଆସୁଥିବା ଉତ୍ସବକୁ ନେଇ ରାଜଧାନୀବାସୀ ସୁନା କିଣିବା ପାଇଁ ଦୋକାନରେ ଭିଡ ଲଗାଇଛନ୍ତି । ବିଶେଷ କରି ବଜେଟରେ ସୁନା ଦାମ୍ କମିଥିବା ବେଳେ ଲୋକେ ବେଶ ପ୍ରଭାବିତ ହୋଇ ଆବଶ୍ୟକ ମୁତାବକ ସୁନା କିଣୁଥିବା ଦେଖିବାକୁ ମିଳିଛି ।

 

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୩, ହଜାର ୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୬୯ ହଜାର ୨୭୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୩, ୫୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୨୭୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୩, ୫୦୦ ଟଙ୍କା ଓ ୬୯,୭୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୯,୪୨୦ ଟଙ୍କା ଓ ୬୩, ୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୩,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୯,୦୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୩, ୫୦୦ ଟଙ୍କା ଓ ୬୯,୨୭୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୨,୦୦୦ ଟଙ୍କା ହୋଇଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button