ରାଜ୍ୟ

ଭୁବନେଶ୍ୱରରେ ବିଶାଳ ତ୍ରିରଙ୍ଗା ରାଲି, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର,୧୪/୮: ଆସନ୍ତାକାଲି ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ । ଏନେଇ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ତେବେ ଏହାରି ମଧ୍ୟରେ ଲିଙ୍ଗରାଜ ମନ୍ଦିରରୁ କେଦାରଗୌରୀ ମନ୍ଦିର ଯାଏଁ ହୋଇଛି ବିଶାଳ ତ୍ରିରଙ୍ଗା ରାଲି। ଆଉ ଏହି ରାଲିରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଏକାମ୍ର ବିଧାୟକ ବାବୁ ସିଂ, ମୁଖ୍ୟ ଶାସନ ସଚିବ ବିଏମସି କମିଶନର, ମେୟର ମଧ୍ୟ ଉପସ୍ଥିତ ଅଛନ୍ତି।

ବିଏମସି ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ବିଶାଳ ପଦଯାତ୍ରା ଆୟୋଜନ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ୯ ରୁ ୧୫ ତାରିଖ ଯାଏଁ ରାଜ୍ୟରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଯୋଡି ହେବାକୁ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିବା ବେଳେ ନିଜ ଘରେ ତ୍ରିରଙ୍ଗା ଲଗେଇ ସୋସିଆଲ ମିଡ଼ିଆରେ ଫଟୋ ପୋଷ୍ଟ କରିବାକୁ ବି ଅନୁରୋଧ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button