ରାଜ୍ୟ

ପ୍ରତି ୨ ଘଣ୍ଟାରେ ଦିଅ ରିପୋର୍ଟ, ସବୁ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ

କୋଲକାତା ଆର୍ଜି କର ମେଡିକାଲ କଲେଜରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସାରା ଦେଶରେ ବିକ୍ଷୋଭ ଜାରି ରହିଛି। ଏହାକୁ ନେଇ କେନ୍ଦ୍ର ସରକାର ମଧ୍ୟ ଆଲର୍ଟ ମୁଡ୍ରେ ଅଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରାଳୟ ନିଜ ନିୟମକୁ କଡ଼ାକଡ଼ି କରିଛି।

ଏଣିକି ସବୁ ରାଜ୍ୟ ପ୍ରତି ୨ ଘଣ୍ଟାରେ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ରିପୋର୍ଟ ଦେବେ।

ନିଜ ନିଜ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ରାଜ୍ୟ ସରକାର କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ସବିଶେଷ ତଥ୍ୟ ଜଣାଇବେ। ସବୁ ରାଜ୍ୟ ଗୃହ ମନ୍ତ୍ରାଳୟକୁ ଗୋଟି ଗୋଟି କରି ୨ ଘଣ୍ଟାକୁ ଥରେ ଅପଡେଟ୍ ଜଣାଇବେ।

ଦେଶରେ ଡାକ୍ତରଙ୍କ ଜାରି ରହିଥିବା ବିକ୍ଷୋଭ ପ୍ରଦର୍ଶନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ତରଫରୁ ସବୁ ରାଜ୍ୟକୁ ଶୁକ୍ରବାର ଏଭଳି କିଛି ବାର୍ତ୍ତା ପଠାଯାଇଛି। ସବୁ ରାଜ୍ୟର ପୁଲିସକୁ ଫ୍ୟାକ୍ସ, ଇ-ମେଲ୍ କିମ୍ବା ହ୍ୱାଟସ୍ ଆପ୍ ଜରିଆରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ରିପୋର୍ଟ ଦେବାକୁ କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ଦେଶର ବିଭିନ୍ନ ସ୍ଥାନରେ ଡାକ୍ତର ଓ ଅନ୍ୟ ଚିକିତ୍ସା କର୍ମଚାରୀ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ଏହାଦ୍ୱାରା ସ୍ୱାସ୍ଥ୍ୟସେବା ପ୍ରଭାବିତ ହୋଇଛି। ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲରେ ବିରୋଧ ଚାଲିଛି। ଶନିବାର ପଶ୍ଚିମବଙ୍ଗର ପ୍ରାୟ ସମସ୍ତ ହସ୍ପିଟାଲର ଚିକିତ୍ସକ ମଧ୍ୟ ଏହି ବିରୋଧ ପ୍ରଦର୍ଶନରେ ସାମିଲ ହୋଇଛନ୍ତି। ଫଳରେ ପୂରା ରାଜ୍ୟରେ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button