ରାଜ୍ୟ

କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ

ଭୁବନେଶ୍ୱର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍ ଓରାମଙ୍କ ଧର୍ମପତ୍ନୀ ଶ୍ରୀମତୀ ଝିଙ୍ଗିଆ ଓରାମଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ସିଂହଦେଓ କହିଛନ୍ତି ଯେ, ଝିଙ୍ଗିଆ ଓରାମ ଜଣେ ଅତ୍ୟନ୍ତ ମିଷ୍ଟଭାଷୀ, ଧର୍ମପରାୟଣ, ପରୋପକାରୀ ମହିଳା ଥିଲେ।

ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ପରଲୋକ ହୋଇଛି।

ଏହି ଦୁଃଖଦ ସମୟକୁ ସାମନା କରିବାକୁ ପ୍ରଭୁ ତାଙ୍କ ପରିବାରକୁ ଶକ୍ତି ପ୍ରଦାନ କରନ୍ତୁ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button