ରାଜ୍ୟ
ପୁରୀର ବିଭିନ୍ନ ମଠମନ୍ଦିରରେ ଜନ୍ମାଷ୍ଟମୀ ପାଳନ ପାଇଁ ପ୍ରସ୍ତୁତି, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ ୨୬।୦୮ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ। ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ। ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି।
ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ରବିବାର ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା।
ସୋମବାର ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ।
ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡ଼ିତ ବିଭିନ୍ନ ମଠ ବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ତେବେ ଶ୍ରୀମନ୍ଦିରରେ ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ।




