ଦେଶ- ବିଦେଶ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆଗାମୀ ୩ ଘଣ୍ଟା ପାଇଁ ପୁରୀ ଓ ଖୋର୍ଦ୍ଧାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ଅଧିକ ଘନିଭୂତ ହେବ।

ଏହା ପରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ । ପର ଦୁଇ ଦିନରେ ଏହା ଅବପାତର ରୂପ ନେବ।

ସେହିପରି ଆଗାମୀ ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି । ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ରାଜଧାନୀ ଭୁବନେଶ୍ବରରେ ମଧ୍ଯ ପ୍ରବଳ ବର୍ଷା ହେବ । ସେହିପରି କଟକରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ବଜ୍ରପାତର ଆଶଙ୍କା ଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବର୍ଷା ସମୟରେ ତଳିଆ ଅଞ୍ଚଳ ରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବ। ପାହାଡିଆ ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୃତ୍ରିମ ବନ୍ୟା ସ୍ଥିତି ଉପୁଜି ପାରେ । କଚ୍ଚା ରାସ୍ତା, ଘର ଭାଙ୍ଗିବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। ସେହିଭଳି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଆସନ୍ତାକାଲି ଓ ୩୧ ତାରିଖରେମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button