ରାଜ୍ୟ

ହୀରାକୁଦ ଖୋଲିଲା ଆଉ ୪ଟି ଗେଟ୍, ବିପଦ ସଙ୍କେତ ତଳେ ସବୁ ନଦୀ

ମ୍ବଲପୁର : ହୀରାକୁଦ ଖୋଲିଲା ଆଉ ୪ଟି ଗେଟ୍ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଆହୁରି ୪ଟି ଗେଟ୍ ଖୋଲିଛନ୍ତି କର୍ତ୍ତୃପକ୍ଷ । ବର୍ତ୍ତମାନ ମୋଟ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ କରୁଛି ହୀରାକୁଦ । ତେବେ ମୋଟ ୬ଟି ଗେଟ୍ ମାଧ୍ୟମରେ ବନ୍ୟାଜଳ ନିଷ୍କାସନ ଚାଲିଛି । ବର୍ତ୍ତମାନ ଜଳ ଭଣ୍ଡାରର ଜଳସ୍ତର ୬୨୩.୩୫ ଫୁଟରେ ପହଞ୍ଚିଥିବାବେଳେ ଜଳ ଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୨୬ ହଜାର ୩୩୯ ଘନଫୁଟ ବନ୍ୟାଜଳ ।

ସେପଟେ ୬ଟି ଗେଟ୍ ମାଧ୍ୟମରେ ନିଷ୍କାସିତ ହେଉଛି ୧ ଲକ୍ଷ ୨୦ ହଜାର ଘନଫୁଟ ବନ୍ୟାଜଳ ।

ସେପଟେ ରାଜ୍ୟର ସବୁ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । ଏନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ମହାନ୍ତି ସୂଚନା ଦେଇଛନ୍ତି । ବର୍ତ୍ତମାନ ହୀରାକୁଦକୁ ୧.୩୦ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ୬୦ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଛି ।

Related Articles

Leave a Reply

Your email address will not be published. Required fields are marked *

Back to top button