ରାଜ୍ୟ

ଦକ୍ଷିଣରେ ବିତ୍ପାତ କରିବ ବର୍ଷା, ଆଜି ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ଦକ୍ଷିଣରେ ବିତ୍ପାତ କରିବ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ ।

କ୍ରମଶଃ ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରି ଅବପାତରେ ପରିଣତ ହେବ । ପ୍ରଭାବରେ ଆଗାମୀ ୨ଦିନ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ଦକ୍ଷିଣରେ ବିତ୍ପାତ କରିବ ବର୍ଷା । ଅତିପ୍ରବଳ ବର୍ଷା ନେଇ ୩ଜିଲ୍ଲା ମାଲକାନଗିରି, କୋରାପୁଟ ଓ ଗଜପତିକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟରେ ଆଗାମୀ ୨ଦିନ ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିସନର। ସ୍ଥିତିର ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button