ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ, ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ
ଭୁବନେଶ୍ୱର : ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ପର୍ଯ୍ୟାପ୍ତ ପରିମାଣର ଆବେଦନ ଫର୍ମ ପଠାଯାଇଛି । ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଏହି ଫର୍ମ ଉପଲବ୍ଧ। ଆଜିଠାରୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହେବ । ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ।
ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହେବ।
ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ ସେବା କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ ଦାଖଲ କରିପାରିବେ ।
‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାମରେ ଆଧାର କାର୍ଡ/ନମ୍ବର ଥିବା ଏକାନ୍ତ ଆବଶ୍ୟକ । ଏହି ଯୋଜନା ନେଇ କୌଣସି ଭ୍ରମିତ ଖବର ଦ୍ୱାରା ପ୍ରଭାବିତ ନହେବା ପାଇଁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ।ରାଜ୍ଯର ପ୍ରାୟ ୧ କୋଟି ୩୦ ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହେବେ ବୋଲି କହିଛନ୍ତି ମହିଳା ଓ ଶିଶୁ କଲ୍ଯାଣ ବିଭାଗ ଦାୟିତ୍ବରେ ଥିବା ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡା।