ରାଜ୍ୟ

ପୁଣି ଆସୁଛି ଲଘୁଚାପ, ୫ରୁ ବଢିବ ବର୍ଷା

ଭୁବନେଶ୍ୱର : ଲଘୁଚାପ ଆଣିବ ବଡ଼ ବର୍ଷା । ୫ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ପ୍ରଭାବରେ ୪ତାରିଖରୁ ବଢିବ ବର୍ଷାର ପରିମାଣ । ଦକ୍ଷିଣରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

୮ ତାରିଖ ଯାଏ ବର୍ଷା ନେଇ ଆଲର୍ଟ ଜାରି ହୋଇଛି । ମାଲକାନଗିରି, କେନ୍ଦୁଝର, ରାୟଗଡା ଗଜପତି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିପରି ୫ ତାରିଖରେ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ସତର୍କ ସୂଚନା ଜାରୀ କରିଛି।

ଅନ୍ୟପଟେ ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଜୁନ୍‌ ୧ରୁ ଏଯାବତ୍‌ ୮୨୪.୯ ମିମି. ବର୍ଷା ରେକର୍ଡ ହୋଇଛି । ଏବେବି ରାଜ୍ୟରେ ସ୍ୱାଭାବିକ ତୁଳନାରେ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button