ରାଜ୍ୟ

ସପ୍ତପୁରୀ ଅମାବାସ୍ୟା: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାଖରେ ଲାଗି ହୁଏ ସାତପୁରୀ ଭୋଗ

ପୁରୀ : ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପାଖରେ ଲାଗି ହୁଏ ସପ୍ତପୁରୀ ଭୋଗ । ଆଜି ସକାଳୁ ଠାକୁରଙ୍କ ଅବକାଶ ନୀତି ସରିବା ପରେ ବେଶ କରାଯାଇଥିଲା । ଗମ୍ଭିରାରେ ପାଣି ପଡି ଟେରା ବନ୍ଧାଯିବା ପରେ ସକାଳ ଧୁପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିବା ପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ ।

ଶ୍ରୀଜୀଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କ ଦ୍ୱାରା ଏକ ବଡ଼ “ସପ୍ତପୁରୀ” (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ “ସପ୍ତପୁରୀ ତାଡ଼” ମଧ୍ୟ କୁହାଯାଇଥାଏ । ଏହି ଦିନ ଶ୍ରୀ ନୀଳମାଧବଙ୍କ ପାଖରେ ମଧ୍ୟ ଲାଗିଥାଏ ସାତପୁରୀ ପିଠାର ଭୋଗ ।

ଗତକାଲି ଅଠର ନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଂଚିବା ପରେ ଚତୁର୍ପାଶ୍ୱ ବୁଲି ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button