ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୦ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବର୍ଷା.
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉତ୍ତର ଦିଗରେ ଗତି କରିବ। ଏହାରି ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢିବ। ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି।
ଘଡଘଡି ବିଜୁଳି ସହ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ, ନୂଆପଡା, ବଲାଙ୍ଗିର ଏବଂ ବରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କାଲି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗିର ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି।
ବଜ୍ରପାତ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ ମୟୁରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି। ଗଣେଶ ପୂଜାରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବା ନେଇ ସମ୍ଭାବନା ରହିଛି।
ଘଡଘଡି ବିଜୁଳି ସହ ବର୍ଷା ନେଇ ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁରକୁ ସତର୍କତା ଜାରି କରାଯାଇଛି ଲଘୁଚାପ ପ୍ରଭାବରେ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।