ରାଜ୍ୟ

ମୋହନ ସରକାରଙ୍କ ବଡ଼ ଘୋଷଣା: ଶ୍ରମିକଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ନିର୍ମାଣ ଶ୍ରମିକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିରେ ସରକାର ବୃଦ୍ଧି ଘୋଷଣା କରିଛନ୍ତି।

ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ଅନୁକମ୍ପାମୂଳକ ସହାୟତା ରାଶିକୁ ଏବେ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ଏହା ନିର୍ମାଣ ଶ୍ରମିକଙ୍କ ଆର୍ଥିକ ସ୍ଥିତି ସ୍ବଚ୍ଛଳ ହୋଇପାରିବ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ଏଣିକି ଅନୁକମ୍ପାମୂଳକ ସହାୟତା ଭାବେ ୬ଲକ୍ଷ ଟଙ୍କା ଦିଆଯିବ। ସେହିଭଳି ସ୍ବାଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦିଆଯିବ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button