ରାଜ୍ୟ

ଗଜପତିଙ୍କ ଶ୍ରୀନଅରରେ ସୁନିଆଁ ଉତ୍ସବ: ଚାଲିଲା ୬୮ ଅଙ୍କ, ୧୪୩୨ ସାଲ

ପୁରୀ: ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ନୂଆ ଅଙ୍କ ପ୍ରଚଳନ ହୋଇଛି। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୨ ସାଲ ୬୮ ଅଙ୍କର ପ୍ରବେଶ। ଏହି ଅବସରରେ ଗଜପତିଙ୍କ ଶ୍ରୀନହରରେ ଆଜି ସନ୍ଧ୍ୟାରେ ପାଳିତ ହୋଇଛି ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୮ ଅଙ୍କ ଆରମ୍ଭ ହୋଇଛି।

ଜାତକ ଓ ପାଞ୍ଜି, ଅଙ୍କ ଗଣନାର ବିଶେଷ ମହତ୍ତ୍ଵ ରହିଥିବା ବେଳେ ଆଜିର ଏହି ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବା ପରେ କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ , ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ ଗଜପତି ମହାରାଜ। ପରେ ଗଜପତି ମହାରାଜାଙ୍କୁ ଅଭିଷେକ କରାଯାଇଥିଲା। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହୋଇଥିଲା।

ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ ହୋଇଥିଲା। ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯାଇଥିଲା। ସେପଟେ ଉପସ୍ଥିତ ଶ୍ରୋତ୍ରୀୟ ବ୍ରାହ୍ମଣ ମାନେ ସୁନିଆ ପର୍ବ ଉପଲକ୍ଷେ ଗଜପତି ମହାରାଜାଙ୍କୁ ଭେଟି ପ୍ରଦାନ କରି ଆର୍ଶୀବାଦ ଦେଇଥିବା ବେଳେ ମଠ ମହନ୍ତଙ୍କ ପକ୍ଷରୁ ରୁଦ୍ରାକ୍ଷ ବୃକ୍ଷର ଏକ ଚାରା ମଧ୍ୟ ପ୍ରଦାନ କରାଯାଇଥିଲା।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button