ରାଜ୍ୟ

ବିଶ୍ୱଭୂଷଣଙ୍କୁ ହସ୍ପିଟାଲ୍‌ରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଶୁ ଆରୋଗ୍ୟ କାମନା କଲେ; ପୁଅ ପୃଥ୍ୱୀରାଜଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର, ୧୮।୯: ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅଛନ୍ତି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ପିଟାଲରେ ଶ୍ରୀ ହରିଚନ୍ଦନଙ୍କୁ ଭେଟି ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିଥିଲେ ।

ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଥିଲେ । ଏହି ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁଅ ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶ୍ରୀ ହରିଚନ୍ଦନଙ୍କ ପୁଅ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଫୋନ୍ କରି ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button