ରାଜ୍ୟ

ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ତାଲିକା: ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ୩୨ ଗବେଷକ

ଭୁବନେଶ୍ୱର,୧୯/୦୯: ଆମେରିକାର ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ହୋଇଛି ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା। ଏହି ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩୨ ଜଣ ବିଶିଷ୍ଟ ଗବେଷକ ସ୍ଥାନ ପାଇଛନ୍ତି । ୨୦୨୪ ବର୍ଷ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ ପ୍ରକାଶିତ ୨ ପ୍ରତିଶତ ବୈଜ୍ଞାନିକମାନଙ୍କ ତାଲିକାରେ ସୋଆର ଏହି ଗବେଷକମାନେ ସାମିଲ ହୋଇଛନ୍ତି ।

୨୦୨୩ରେ ଷ୍ଟାନ୍ଫୋର୍ଡ ଦ୍ୱାରା ପ୍ରସ୍ତୁତ ଏହି ସମ୍ମାନଜନକ ତାଲିକାରେ ସୋଆର ୨୨ଜଣ ଗବେଷକ ସ୍ଥାନ ପାଇଥିିଲେ । ୨୦୨୪ ନିମନ୍ତେ ପ୍ରକାଶ ପାଇଥିବା ତାଲିକାରେ ସେମାନଙ୍କ ମଧ୍ୟରୁ ୨୦ ଜଣ ଏହି ସ୍ଥାନ ପୁର୍ନବାର ଅଧିକାର କରିଛନ୍ତି । ଷ୍ଟାନ୍ଫୋର୍ଡ ଦ୍ୱାରା ପ୍ରକାଶିତ ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକା ଏକ ଗୁରୁତ୍ୱପୂର୍ଣ୍ଣ ର୍ୟାଙ୍କିଙ୍ଗ । ଯାହା ଗବେଷଣା କ୍ଷେତ୍ରରେ ଉଚ୍ଚମାନର କାର୍ଯ୍ୟ କରୁଥିବା ଗବେଷକମାନଙ୍କୁ ସ୍ଥାନିତ କରିଥାଏ । ତାଲିକାରେ ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ର ୧୪ ଜଣ ଗବେଷକ ସ୍ଥାନ ପାଇଥିବା ବେଳେ ସୋଆ ପକ୍ଷରୁ ସ୍ଥାପିତ ହୋଇଥିବା ୧୯ଟି ଗବେଷଣା କେନ୍ଦ୍ର ମଧ୍ୟରୁ ୬ଟି ଗବେଷଣା କେନ୍ଦ୍ରର ୧୧ ଜଣ ଗବେଷକ ସ୍ଥାନ ପାଇଛନ୍ତି ।

ସୋଆ ଅଧିନସ୍ଥ ମଲ୍ଟିଡିସିପ୍ଲିନାରୀ ରିସର୍ଚ୍ଚ ସେଲ୍ର ନିର୍ଦ୍ଦେଶକ ପ୍ରଫେସର ପ୍ରଦୀପ୍ତ କୁମାର ଦାଶ ଏବଂ ବିଶିଷ୍ଟ ନ୍ୟୁରୋସର୍ଜନ ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର ମଧ୍ୟ ଏହି ସମ୍ମାନଜନକ ତାଲିକାରେ ସାମିଲ ହୋଇଛନ୍ତି । ଏହି ଦୁଇ ଗବେଷକ ପୂର୍ବରୁ ସୋଆର କୁଳପତି ଦାୟିତ୍ୱ ତୁଲାଇଛନ୍ତି । ସୋଆର ସେଣ୍ଟର ଫର୍ ନାନୋ ସାଇନ୍ସେସ୍ ଆଣ୍ଡ ନାନୋ ଟେକ୍ନୋଲୋଜି (ସିଏନ୍ଏସ୍ଏନ୍ଟି) ର ୫ ଜଣ ବୈଜ୍ଞାନିକ ଏହି ତାଲିକାରେ ସାମିଲ ହୋଇଥିବା ବେଳେ ବାୟୋଫୁଏଲ୍ସ ଆଣ୍ଡ ବାୟୋ ପ୍ରୋସେସିଂ ରିସର୍ଚ୍ଚ ସେଣ୍ଟରର ୨ ଜଣ ଗବେଷକ ଏହି ତାଲିକାରେ ସ୍ଥାନିତ ହୋଇଛନ୍ତି ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button