ରାଜ୍ୟ

ମେଜର ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା; ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଦିଆଯିବା ଘଟଣାକୁ କଡା ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଥାନାରେ ଯାହା ଘଟିଲା ତାହା ଗଭୀର ଆଘାତ ଦେଇଛି। ମେଜରଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଦିଆଯାଇଛି। ଘଟଣାରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହ ରାଜ୍ୟରେ ଆଇନଶୃଙ୍ଖଳା ନିୟନ୍ତ୍ରଣରେ ସରକାର ବିଫଳ ହୋଇଥିବା ନବୀନ କହିଛନ୍ତି।

ତୁରନ୍ତ ତଦନ୍ତ ସାରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।
ସେପଟେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି। ଘଟଣାକୁ ନିନ୍ଦା କରିବା ସହ ନିଲମ୍ବନ ନୁହେଁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିବା ପରେ ବି ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ନାଇଟ୍‌ ପାଟ୍ରୋଲିଂ ପାଇଁ କର୍ମଚାରୀ ନଥିଲେ ସରକାର କଣ କରୁଛନ୍ତି ବୋଲି ବିଜୟ ପ୍ରଶ୍ନ କରିଛନ୍ତି। ସଂପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button