ରାଜ୍ୟ

ତିନି ଦିନ ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ; ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ତିନି ଦିନ ଧରି ଚାଲିବ ରତ୍ନଭଣ୍ଡାର ବେଷୟିକ ସର୍ଭେ କାମ। ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୧,୨୨ ଏବଂ ୨୩ ତାରିଖ ତିନି ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.

ଅରବିନ୍ଦ ପାଢୀ ଅନୁରୋଧ କରିବା ପରେ ଏ.ଏସ୍ ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।
ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ବୈଷୟିକ ସର୍ଭେ କରାଯିବ। ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଗୋଟାଏ ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ବାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button